Uncategorizedରାଜ୍ୟ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Spread It

 

ପୁରୀ ୧୭/୧୧ (ଏ.ପି ନ୍ୟିୁଜ) ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ବ୍ରହ୍ମଗିରି ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୫୦ ଗୋଟି  ଅଭିଯୋଗ ମିଳିଥିଲା।ସେଥିରୁ ୪୧ ଗୋଟି ବ୍ୟକ୍ତିଗତ,୯ ଗୋଟି ଗ୍ରାମ ସମ୍ବନ୍ଧୀୟ ରହିଥିଲା।ତତକ୍ଷଣାତ ୪  ଗୋଟି ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଏସ ପି ପ୍ରତୀକ ସିଂ, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସ ପି ସୁଶିଲ କୁମାର ମିଶ୍ର,ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ବ୍ରହ୍ମଗିରି ବିଡ଼ିଓ ମନୀଷା ଷଡ଼ଙ୍ଗୀ, ତହସିଲଦାର ଶଶୀଭୂଷଣ ମିଶ୍ର,ଭାରପ୍ରାପ୍ତ ଅଭିଯୋଗ ଶୁଣାଣୀ ଅଧିକାରୀ ପଞ୍ଚାନନ ପରିଜା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *