ରାଜ୍ୟ

ତାଇୱାନ୍‍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍‍

Spread It

ତାଇୱାନ୍‍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍‍

ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଶ୍ରୀ ସମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୬୮ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏଥିପାଇଁ ସିୱାଇୟୁଟିର ଶିକ୍ଷା ପରିଷଦ ଏବଂ ପରିଚାଳନା ବୋର୍ଡ ଶ୍ରୀ ସାମନ୍ତଙ୍କ ନାମ ସୁପାରିଶ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ଶ୍ରୀ ସମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତ ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅତିଥିଙ୍କ ଉଦ୍ଦେଶ୍ୟରେ ପ୍ରେରଣାଦାୟୀ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ସମ୍ମାନ ଗ୍ରହଣ କରି ଶ୍ରୀ ସାମନ୍ତ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇବା ସହ କହିଲେ, ‘ବିଗତ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ସେ ନିରନ୍ତର କାମ କରିଆସୁଛନ୍ତି। ଏହି ସମ୍ମାନ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କାମ କରିବାକୁ ଆହୁରି ପ୍ରେରଣା ଯୋଗାଇବ ବୋଲି ଶ୍ରୀ ସାମନ୍ତ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ସଭାପତି ତାଓ-ମିଙ୍ଗ ଚେଂଙ୍କ ସମେତ ବହୁ ବିଶିଷ୍ଟ ଗଣମାନ୍ୟ ବ୍ୟକ୍ତି, ବିଦ୍ୱାନ ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *