ରାଜ୍ୟ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

Spread It

ପୁରୀ  (ଏ.ପି. ନ୍ୟିୁଜ)   ପୁରୀ ଜିଲ୍ଲା ସ୍ତରୀୟ ଅଭିୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତଯୋଗ ଶୁଣାଣୀ ଆଜି ଗୋପ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୫୮ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୪୮ ଗୋଟି ବ୍ୟକ୍ତିଗତ,୯ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୮ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ନିମାପଡା ଏସଡିପିଓ ଜନାର୍ଦ୍ଦନ ପାଢ଼ୀ, ବିଡ଼ିଓ ଛବିରାଣୀ ସାହୁ, ତହସିଲଦାର ସୂର୍ଯ୍ୟ ଶଙ୍କର ଦାଶ ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *