ରାଜ୍ୟ

ଓଡ଼ିଆ ଭାଷା ପ୍ରତିଷ୍ଠାନ ତରଫରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

Spread It

ଓଡ଼ିଆ ଭାଷା ପ୍ରତିଷ୍ଠାନ ତରଫରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର ୧୪ ନଭେମ୍ବର,୨୦୨୫ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ତରଫରୁ ଆଜି ସଂସ୍କୃତି ଭବନ ସ୍ଥିତ ସମ୍ମିଳନୀ କକ୍ଷରେ “ଓଡ଼ିଆ ଭାଷାରେ ସମ୍ପାଦନା, ବନାନ୍ ଶୁଦ୍ଧି ଏବଂ ପ୍ରୁଫ୍ ସଂଶୋଧନ”କୁ ନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ପ୍ରାୟ ୧୫୦ ଜଣ ପ୍ରଶିକ୍ଷାର୍ଥୀ ଅଂଶଗ୍ରହଣ କରିଛନ୍ତି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ନଭେମ୍ବର ୧୪ ଏବଂ ୧୫ ତାରିଖ ଅର୍ଥାତ ୨ ଦିନ ଧରି ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହେବ।

ଆଜିର ଉଦ୍‌ଘାଟନୀ ସମାରୋହରେ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶକ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ଶ୍ରୀ ଦାଶ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ନିମନ୍ତେ ଓଡ଼ିଆ ଭାଷା ପ୍ରତିଷ୍ଠାନ ତରଫରୁ କରାଯାଉଥିବା ବିଭିନ୍ନ କାର୍ଯ୍ୟ ସମ୍ବନ୍ଧରେ ଆଲୋକପାତ କରିଥିଲେ। ଏଥିସହ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଆଲୋଚନା କରଯାଉଥିବା ସମସ୍ତ ବିଷୟ ବସ୍ତୁକୁ ସଠିକ ଭାବରେ ଶିଖିବା ଏବଂ ଆଗାମୀ ଦିନରେ ଏହାକୁ ନିଜର କର୍ମକ୍ଷେତ୍ରରେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ଉପଦେଶ ଦେଇଥିଲେ।

ଆଜିର ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ବୈଷ୍ଣବ ଚରଣ ମହାନ୍ତି ଏବଂ ଶ୍ରୀ ସ୍ମୃତି ରଞ୍ଜନ ମିଶ୍ର ପ୍ରଶିକ୍ଷକ ଭାବେ ଯୋଗଦେଇଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ଶ୍ରୀମତୀ ଦେବଯାନୀ ଭୂୟାଁ, ଓଡ଼ିଆ ଭାଷା ପ୍ରତିଷ୍ଠାନର ବିତ୍ତ ତଥା ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନନ୍ୟା ତ୍ରିପାଠୀଙ୍କ ସମେତ ଓଡ଼ିଆ ଭାଷା ପ୍ରତିଷ୍ଠାନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *